ରିପୋର୍ଟ କାର୍ଡ / ଭଦ୍ରକ
ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭଦ୍ରକର ପୂର୍ବତନ ଜିଲ୍ଲା ସମାଜମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରାଙ୍କ ଘର ଭିଜିଲାନ୍ସ ରେଡ଼ କରିଛି | ଭୁବନେଶ୍ୱର, ବାଲେଶ୍ବର ଓ ଭଦ୍ରକର ୧୧ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ। ସେ ସଂପ୍ରତି ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗରେ କାର୍ଯ୍ୟରତ। ସୂଚନା ଅନୁଯାୟୀ, ଭଦ୍ରକ ଫିରିଙ୍ଗପାଟଣାରେ ଥିବା ଜୟନ୍ତୀ ବେହେରାଙ୍କ ୩ ମହଲା ବିଶିଷ୍ଟ ବାସଭବନ, ବାଲେଶ୍ୱର ସିଦ୍ଧେଶ୍ୱର କଲୋନିରେ ୩ ମହଲା ଓ ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ଗୌତମ ନଗର ଅଞ୍ଚଳରେ ଫ୍ଲାଟ୍, ଓଲଡ ଟାଉନ ଅଞ୍ଚଳରେ ଥିବା ଫ୍ଲାଟରେ ଚଢ଼ଉ ଚାଲିଛି । ଖାଲି ସେତିକି ନୁହେଁ, ଜୟନ୍ତୀଙ୍କ ଭୁବନେଶ୍ବର କାର୍ଯ୍ୟାଳୟରେ ମଧ୍ୟ ଚଢ଼ଉ କରୁଛି ଭିଜିଲାନ୍ସ। ଏଣେ ବାଲେଶ୍ୱର ସୁନହଟରେ ଥିବା ସମ୍ପର୍କୀୟ ଓ ଜଣେ ସହଯୋଗୀଙ୍କ ଘରେ ବି ଚଢ଼ଉ ଚାଲିଛି। ଏହାଛଡ଼ା ଭଦ୍ରକରେ ଥିବା ତାଙ୍କୁ ପୁରୁଣା ଅଫିସରେ ବି ଚଢ଼ଉ କରାଯାଉଛି। ବାଲେଶ୍ବର ଭିଜିଲାନ୍ସ କୋର୍ଟଙ୍କ ଆଦେଶକ୍ରମେ ଏହି ଚଢ଼ଉ କରାଯାଉଥିବା ବେଳେ ଏଥିରେ ଜଣେ ଅତିରିକ୍ତ ଏସପି, ୪ଜଣ ଡିଏସପି, ୮ଜଣ ଇନସ୍ପେକ୍ଟର ଓ ଅନ୍ୟାନ୍ୟ କର୍ମଚାରୀ ସାମିଲ ଥିବା ଜଣାଯାଇଛି।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..