ରିପୋର୍ଟ କାର୍ଡ / ନବରଙ୍ଗପୁର
ଆଜି ସକାଳୁ ଭିଜିଲାନ୍ସ ଟିମ୍ ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ଘରେ ଚଢ଼ାଉ କରିଛି | ପ୍ରଶାନ୍ତ ଙ୍କ ସରକାରୀ ବାସଭବନ, କାର୍ଯ୍ୟାଳୟ, ଭଦ୍ରକ ଓ ଭୁବନେଶ୍ୱର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଥିବାର ସୂଚନା ମିଳିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଜାରିରହିଛି | ଏହି ଚଢ଼ଉରେ ଭିଜିଲାନ୍ସ ବିଭାଗର ୯ଟି ଟିମ୍ ସାମିଲ ହୋଇଛନ୍ତି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି। ଉଲ୍ଲେଖଯୋଗ୍ୟ, ପ୍ରଶାନ୍ତ କୁମାର ରାଉତଙ୍କ ନାମରେ ଦୁର୍ନୀତି ଅଭିଯୋଗ ହୋଇଆସୁଥିଲା। ଆଗରୁ ସେ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରାରେ ଥିବା ବେଳେ ମଧ୍ୟ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..