ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭଦ୍ରକ ଜିଲ୍ଲାର ପୂର୍ବତନ ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ। ଶ୍ରୀମତୀ ବେହେରା ୧୪୫% ଅଧିକ ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଭୁବନେଶ୍ୱରରେ ଜୟନ୍ତୀ ବେହେରାଙ୍କର ୨ଟି ୩ ମହଲା କୋଠା, ଗୋଟିଏ ୨ ମହଲା କୋଠା ଓ ୨ଟି ତିନି ବିଏଚ୍କେ ଫ୍ଲାଟ ରହିଛି। ସେହିପରି ବାଲେଶ୍ୱରରେ ତାଙ୍କର ୮ଟି ପ୍ଳଟ ରହିଛି। ଏହି ମାମଲାରେ ଭିଜିଲାନ୍ସର ତଦନ୍ତ ଜାରି ରହିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..