ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶିକ୍ଷା କ୍ଷେତ୍ରରେ ଆଗକୁ ବଢୁଛି ଓଡ଼ିଶା ।ଆଜି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ୨୭୬ଟି ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସମସ୍ତ ନୂଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ଦୃଢ଼ କରୁଛି ଓଏଭି । ଉତ୍ତମ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ଓଏଭି ସ୍ଥାପନ କରାଯାଇଥିଲା । ଯାହାକି ଆଜି ସାକାର ହୋଇଛି । ମେଧାବୀ ଛାତ୍ରଛାତ୍ରୀଙ୍କୁ ଏହା ମାଧ୍ୟମରେ ଉତ୍ତମ ଶିକ୍ଷା ପ୍ରଦାନ କରାଯାଉଛି । ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ କରୁଛି ଓଏଭି । ନିଟ୍, ଜି ଆଡଭାନ୍ସ ଓ ଜାତୀୟସ୍ତରୀୟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ମେଧାବୀଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଛା ଜଣାଇଛନ୍ତି । ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି ରାଜ୍ୟରେ ୩୧୫ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ ହୋଇଛି । ଏଥିରେ ୩୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ବଡ଼ ହେବା ପାଇଁ ଦୃଢ଼ ଇଚ୍ଛାଶକ୍ତି ଆବଶ୍ୟକ । ସମୟକୁ ବିନିଯୋଗ କରି କଠୋର ପରିଶ୍ରମ କରିବାକୁ ସେ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି ।






More Stories
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..
୭ରେ ଓଡ଼ିଶା ଆସିବେ ଅମିତ ଶାହ…..