ରିପୋର୍ଟ କାର୍ଡ / ଦିଗପହଣ୍ଡି
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକଙ୍କ ଘରେ ଭିଜିଲାନ୍ସ ରେଡ଼ କରିଛି | ଦିଗପହଣ୍ଡି ସରକାରୀ କାର୍ଯ୍ୟାଳୟ , ସରକାରୀ ବାସଭବନ ଏବଂ ବ୍ରହ୍ମପୁର ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଜାରିରଖିଛି । ବ୍ରହ୍ମପୁର ଭିଜିଲାନ୍ସର ୬ଜଣିଆ ଟିମ ଚଢ଼ଉ କରୁଥିବାର ସୂଚନା ରହିଛି। ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ଦିଗପହଣ୍ଡି ସରକାରୀ କାର୍ଯ୍ୟାଳୟରୁ ଘରକୁ ଫେରୁଥିବା ବେଳେ ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକଙ୍କୁ ବ୍ରହ୍ମପୁର ଭିଜିଲାନ୍ସ ଟିମ ଧରିଥିଲା। ତାଙ୍କ ଗାଡ଼ିରେ ନଗଦ ଟଙ୍କା ଥିବା ଭିଜିଲାନ୍ସ ଟିମ୍ ଦେଖିବାକୁ ପାଇଥିଲା। ଏହାପରେ ସରକାରୀ ବାସଭବନରୁ ବି ଟଙ୍କା ମିଳିଥିବା କୁହାଯାଉଛି।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..