Report Card Odisha

| Daily Odia News

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର 

କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ଜଙ୍ଗଲ ଅଧିବାସୀ ଆଇନ ୨୦୦୬ ଆଧାରରେ ଆଦିବାସୀ କେନ୍ଦୁପତ୍ର ସଂଗ୍ରହ କରିଥାନ୍ତି। କେନ୍ଦୁପତ୍ର ଉପରୁ ୧୮ପ୍ରତିଶତ ଜିଏସଟି ଆଦାୟ ହେଉଛି। ଏହା ସିଧାସଳଖ କେନ୍ଦୁପତ୍ର ତୋଳାଳି, କର୍ମଚାରୀ ଓ ବନ୍ଧାଳିଙ୍କ ସାମାଜିକ ସୁରକ୍ଷାକୁ ପ୍ରଭାବିତ କରୁଛି। ତେଣୁ କେନ୍ଦୁପତ୍ର ଉପରୁ ସଂପୂର୍ଣ୍ଣ ଜିଏସଟି ଛାଡ କରିବାକୁ ଦାବି ପୁଣିି ଦୋହରାଇଛନ୍ତି ନବୀନ। ପ୍ରକାଶ ଯେ, ଗତ ନଭେମ୍ବର ୨୫ତାରିଖରେ କେନ୍ଦ୍ରକୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Breaking News