ରିପୋର୍ଟ କାର୍ଡ / କଟକ
ଆଜିଠାରୁ ଆରମ୍ଭ ହେଉଛି ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା। ସକାଳ ୯ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହା ଜୁଲାଇ ୩ତାରିଖରୁ ଜୁଲାଇ ୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ୮୦ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେଉଛି। ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ପାଇଁ ୧୩୧୧ ଜଣ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ପାଇଁ ୮୯୧୫ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଛନ୍ତି। ଆଜି ସକାଳୁ ପରୀକ୍ଷାର୍ଥୀମାନେ ଶୃଙ୍ଖଳିତ ଢଙ୍ଗରେ ଆସି ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିବା ଦେଖିବାକୁ ମିଳିଛି।






More Stories
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..
୭ରେ ଓଡ଼ିଶା ଆସିବେ ଅମିତ ଶାହ…..