ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରଙ୍କ ପକ୍ଷରୁ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦେଶକ ଭାବେ ଯାମିନୀ ଷଡ଼ଙ୍ଗୀଙ୍କୁ ଅବସ୍ଥାପିତ କରାଯାଇଛି। ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ସଂଗ୍ରାମ ମହାପାତ୍ର ନିଯୁକ୍ତି ଦିଆଯାଇଛି। ଶ୍ରୀବେଦଭୂଷଣଙ୍କୁ ସମ୍ବଲପୁର ପୌର ନିଗମରେ କମିସନର ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ବୌଦ୍ଧର ଜିଲାପାଳ ଭାବେ ନୃସିଂହ ଚରଣ ସ୍ବାଇଁଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….