Report Card Odisha

| Daily Odia News

ବଢ଼ିଲା ଗ୍ୟାସ୍ ଦର….

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ବଢ଼ିଲା କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦାମ । ଆଜି ସକାଳୁ କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦାମ ୭ ଟଙ୍କା ବୃଦ୍ଧି ଘଟିଛି । ତେବେ ଘରୋଇ ଗ୍ୟାସ୍ ସିଲିଣ୍ଡର ଦର ଅପରିବର୍ତ୍ତିତ ରହିଛି। ନୂଆ ରେଟ୍‌ ଲାଗୁ ହେବା ପରଠୁ ଦିଲ୍ଲୀରେ ୧୯ କେଜି କମର୍ସିଆଲ ସିଲିଣ୍ଡର ଦର ପୂର୍ବରୁ ୧୭୭୩ ଥିବା ବେଳେ ଆଜି ନୂଆ ଦର ଅନୁଯାୟୀ ୧୭୮୦ ଟଙ୍କା ହୋଇଛି। କୋଲକତାରେ ୧୯ କେଜି କମର୍ସିଆଲ ଗ୍ୟାସ୍‌ ଦାମ ୧୮୭୫.୫୦ ଟଙ୍କାରୁ ବଢ଼ି ୧୮୮୨.୫୦ ଟଙ୍କାରେ ପହଞ୍ଚିଛି। ଏହାବାଦ ମୁମ୍ବାଇରେ ଏହାର ଦାମ ୧୭୨୫ ଟଙ୍କାରୁ ୧୭୩୨ ଟଙ୍କାରେ ପହଞ୍ଚିଛି । ଚେନ୍ନାଇରେ ଏହାର ଦାମ ପୂର୍ବରୁ ୧୯୩୭ ଟଙ୍କା ଥିବା ବେଳେ ଏବେ ତାହା ୧୯୪୪ ଟଙ୍କା ହୋଇଛି।

Breaking News