Report Card Odisha

| Daily Odia News

୧୭ ଜିଲ୍ଲାରେ ପ୍ରବଳ ବର୍ଷିବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ବାୟୁମଣ୍ଡଳର ୧.୫ କିମି ରୁ ୭.୬ କିଲୋମିଟର ଉଚ୍ଚତା ମଧ୍ୟରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାର କିଛି ଅଞ୍ଚଳରେ ଆଜି ସକାଳୁ ବର୍ଷା ଲାଗିରହିଛି ଏବଂ ଦୁର୍ବଳ ହୋଇପଡ଼ିଥିବା ମୌସୁମୀ ପୁନର୍ବାର ସ୍ୱାଭାବିକ ସ୍ଥିତିକୁ ଫେର ଆସିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୬ ଜୁଲାଇ, ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ଉପକୂଳ ଠାରୁ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଉପକୂଳ ଓଡ଼ିଶାର କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କନ୍ଧମାଳ, ପ୍ରଭୃତି ୧୭ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Breaking News