Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ ଏସ୍‌ଆଇ…..

ରିପୋର୍ଟ କାର୍ଡ / ଯାଜପୁର

ଭିଜିଲାନ୍ସ ଜାଲରେ ଜଣେ ପୋଲିସ ଏସ୍‌ଆଇ। ଯାଜପୁର ଜିଲ୍ଲା ସୁକିନ୍ଦା ଥାନାର ଏସ୍‌ଆଇ ନିର୍ମଳ କୁମାର ସେନାପତି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି | ଏକ ମାମଲାରେ ଜଣେ ବ୍ୟକ୍ତିଙ୍କୁ ସାହାଯ୍ୟ କରିବା ପାଇଁ ପୋଲିସ ଏସ୍‌ଆଇ ନିର୍ମଳ କୁମାର ସେନାପତି ଲାଞ୍ଚ ମାଗିଥିଲେ। ଉକ୍ତ ବ୍ୟକ୍ତି ଜଣଙ୍କ ଏ ସଂପର୍କରେ ଭିଜିଲାନ୍ସକୁ ଜଣାଇଥିଲେ। ଯୋଜନା ପ୍ରକାରେ ଆଜି ଏସ୍‌ଆଇ ଶ୍ରୀ ସେନାପତି ଅଭିଯୋଗକାରୀଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।

Breaking News