ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା। ସକାଳ ୯ରୁ ୫ଟା ଯାଏ ନାମଲେଖା ଚାଲିବ। ଚଳିତବର୍ଷ ୪ ଲକ୍ଷ ୭୨ ହଜାର ୨୭୯ ପିଲା ଆବେଦନ କରିଥିଲେ। ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ ହଜାର ୩୬୮ ଜଣ। କଳାରେ ସର୍ବାଧିକ ୨ ଲକ୍ଷ ୫୩ ହଜାର ୧୭୮ ଜଣ, ବାଣିଜ୍ୟରେ ୨୫ ହଜାର ୧୬୮ ଓ ବିଜ୍ଞାନରେ ୧ଲକ୍ଷ ୨୧ ହଜାର ୨୩ ଜଣ ମନୋନୀତ ହୋଇଛନ୍ତି। ବାକି ୫୯ ହଜାର ୯୧୧ ପିଲା ଦ୍ୱିତୀୟ ଓ ସ୍ପଟ୍ ଆଡ଼ମିଶନ ପାଇଁ ରହିଯାଇଛନ୍ତି। ଏହାରି ଭିତରେ ଗତକାଲି ପ୍ରକାଶ ପାଇସାରିଛି କଟ୍ ଅଫ୍ ତାଲିକା। ବିଜ୍ଞାନ, ବାଣିଜ୍ୟ ଏବଂ କଳା, ସବୁ ଷ୍ଟ୍ରିମରେ ଛାତ୍ରଛାତ୍ରୀଙ୍କ ପ୍ରଥମ ପସନ୍ଦ ରେଭେନ୍ସା ରହିଥିବା ସୂଚନା ମିଳିଛି |






More Stories
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..
୭ରେ ଓଡ଼ିଶା ଆସିବେ ଅମିତ ଶାହ…..