Report Card Odisha

| Daily Odia News

୯ ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ୯ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାରଙ୍କ ତରଫରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ୬ ଜଣ ଅଧିକାରୀଙ୍କ ପେନସନ ସ୍ଥାୟୀ ଭାବେ ବନ୍ଦ କରାଯାଇଥିବା ବେଳେ ୩ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି । ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଫିସରଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିସାରିଛନ୍ତି । କଟକ ଜିଲ୍ଲା RWSS Division-IIର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶିବରାମ ବିଶ୍ୱାଳ ଏକ ଦୁର୍ନୀତି ମାମଲାରେ ଦେଷୀ ସାବ୍ୟସ୍ତ ହେବା ପରେ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି। କଳାହାଣ୍ଡି ଜିଲ୍ଲା କାର୍ଲାମୁଣ୍ଡା ବ୍ଳକ୍‌ର ପୂର୍ବତନ ବିଡିଓ (ଅବସରପ୍ରାସ୍ତ ଓଏଏସ ଅଧିକାରୀ) ଗଣ୍ଡାରାମ ଖମାରୀ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି। ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ ଗୋକୁଳ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେଣୁ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ଜି. ଉଦୟଗିରିର ପୂର୍ବତନ ସହକାରୀ କୃଷି ଅଧିକାରୀ କୃଷ୍ଣଚନ୍ଦ୍ର ଗୌଡ଼ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି। ମାଲକାନଗିରି ଜିଲ୍ଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ ଦାଶରଥୀ ତ୍ରିପାଠୀ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି। ବରଗଡ଼ ଜିଲ୍ଲା ସୋହେଲା RWSSର ପୂର୍ବତନ କନିଷ୍ଠ ଯନ୍ତ୍ରୀ ଉପେନ୍ଦ୍ରଭଂଜ ନାୟକ ଜଣେ ସରକାରୀ ଅଧିକାରୀ ହୋଇଥିବା ସତ୍ତ୍ୱେ କାର୍ଯ୍ୟରେ ସଚ୍ଚୋଟତା ରକ୍ଷା କରିବାରେ ଏବଂ କର୍ତ୍ତବ୍ୟ ପରାୟଣତାରେ ବିଫଳ ହୋଇଥିଲେ। ଏହାସହିତ ତାଙ୍କର ବ୍ୟବହାରରେ ଶିଷ୍ଟାଚାର ମଧ୍ୟ ନଥିଲା। ତେଣୁ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି।

 

Breaking News