ରିପୋର୍ଟ କାର୍ଡ / ଭୁବନେଶ୍ୱର
ଟିକସ ଫାଙ୍କିବା ଅଭିଯୋଗରେ ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍ ଗ୍ରୁପ ଉପରେ ଆୟକର ବିଭାଗ ୪ ଦିନ ହେବ ଚଢ଼ଉ ଚାରି ରଖିଛି। ଆୟକର ବିଭାଗର ଏକାଧିକ ଟିମ୍ରେ ସାମିଲ ହୋଇଥିବା ଅଧିକାରୀ ଓ କର୍ମଚାରୀମାନେ ଶନିବାର ମଧ୍ୟ ଚଢ଼ଉ ଜାରି ରଖିଛନ୍ତି। ମିଳିଥିବା ଟଙ୍କା ଓ କାଗଜପତ୍ରକୁ ନେଇ ପଚରାଉଚରା କରାଯାଉଛି। ଜଗଦୀଶ ଓ ଚନ୍ଦ୍ରଶେଖରଙ୍କୁ ମୁହାଁମୁହିଁ ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ନୟାପଲ୍ଲୀ ଆଇଆର୍ସି ଭିଲେଜ ମୁଖ୍ୟ କାର୍ଯ୍ୟାଳୟରେ ଏହି ପଚରାଉଚରା ଚାଲିଛି। ସୂଚନାଯୋଗ୍ୟ ସଂସ୍ଥାର ଭୁବନେଶ୍ବର ନୂଆପଲ୍ଲୀସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ସମେତ ୨୩ଟି ସ୍ଥାନରେ ଚଢ଼ଉ କରାଯାଇଛି। ୟୁନିଟ୍-୪ ପୋଷ୍ଟାଲ କଲୋନିରେ ରହୁଥିବା ସଂସ୍ଥାର କର୍ମଚାରୀ ଚନ୍ଦ୍ରଶେଖର ପଣ୍ଡାଙ୍କ ଘରୁ ନଗଦ ୩୦ କୋଟି ଟଙ୍କା ମିଳିଛି। ତିନୋଟି ଟ୍ରଙ୍କ ଓ ଗୋଟିଏ ଆଟାଚିରେ ଥିବା ଟଙ୍କା ଜବତ କରାଯାଇଛି।






More Stories
ରାଜ୍ୟ କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ଓଡ଼ିଶାକୁ ଆଲର୍ଟ…..