ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜିଠୁ ଆସନ୍ତାକାଲି ସକାଳ ଯାଏଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ରାଜ୍ୟର ବର୍ଷା ସ୍ଥିତିକୁ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ । ଜୁନ ୧ରୁ ଜୁଲାଇ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକ ଠାରୁ ୨୫ପ୍ରତିଶତ କମ୍ ବର୍ଷା ହୋଇଥିବା କହିଛନ୍ତି । କଳାହାଣ୍ଡିରେ ସବୁଠାରୁ କମ୍ ବର୍ଷା ହୋଇଛି । ସ୍ୱାଭାବିକ ଠାରୁ ୬୫ ପ୍ରତିଶତ କମ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏପଟେ ଦେବଗଡରେ ସବୁଠୁ ଅଧିକ ବର୍ଷା ହେଉଛି । ସ୍ୱାଭାବିକ ଠାରୁ ୫୦ ପ୍ରତିଶତ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଅନ୍ୟପଟେ ରାଜ୍ୟର ୧୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିଲା ବେଳେ ୧୧ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି ।






More Stories
ମାଟ୍ରିକ ପରୀକ୍ଷା ପାଇଁ ୩୭ଟି ସ୍ବତନ୍ତ୍ର ସ୍କ୍ବାଡ….
ଆଜି ସୂର୍ଯ୍ୟୋପରାଗ…..
୮ରେ ସୁଭଦ୍ରା କିସ୍ତି…..