ରିପୋର୍ଟ କାର୍ଡ / ଝାରସୁଗୁଡା
ପୂର୍ବତନ ପୋଲିସ କର୍ମଚାରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ଝାରସୁଗୁଡା ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ କତରବଗା ସ୍ଥିତ ବଢ଼େଇ ଫୁଏଲ ପେଟ୍ରୋଲ ପମ୍ପ ନିକଟରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ମଚିଦା ଗ୍ରାମର ଗଣେଶ ସିଂ। ଗତକାଲି ସନ୍ଧ୍ୟାରେ ଗଣେଶ କୌଣସି କାମରେ କତରବଗା ସ୍ଥିତ ପେଟ୍ରୋଲ ପମ୍ପ ନିକଟକୁ ଯାଇଥିଲେ। ସେଠାରେ କୌଣସି କଥାକୁ ନେଇ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ସହ ବଚସା ହୋଇଥିଲା। ଏହାପରେ କର୍ମଚାରୀ ମାନେ ତାଙ୍କୁ ସଙ୍ଘବଦ୍ଧ ଆକ୍ରମଣ କରିଥିଲେ। ଗଣେଶଙ୍କୁ ସେମାନେ ନିସ୍ତୁକ ପିଟିଥିବା ଅଭିଯୋଗ ହୋଇଛି। ଗଣେଶଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଗଣେଶଙ୍କ ଭାଇ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..