ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡ଼ିଶାର ୬୪ ଜଣ ବିଧାୟକଙ୍କ ବିରୋଧରେ ରହିଛି ଅପରାଧିକ ମାମଲା। ସେମାନଙ୍କ ମଧ୍ୟରୁ ଜଣେ ବିଧାୟକଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ ରହିଛି। ଆସୋସିଏସନ ଫର ଡେମୋକ୍ରେଟିକ ରିଫର୍ମ ବା ଏଡିଆର ପକ୍ଷରୁ ପ୍ରକାଶିତ ରିପୋର୍ଟରେ ରହିଛି ଏହି ତଥ୍ୟ। ଦେଶର ୨୮ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଂଚଳର ବିଧାୟକଙ୍କ ପକ୍ଷରୁ ସତ୍ୟପାଠ ଜରିଆରେ ଘୋଷଣା କରାଯାଇଥିବା ଅପରାଧିକ ପୃଷ୍ଠଭୂମି ବିବରଣୀକୁ ବିଶ୍ଳେଷଣ କରାଯାଇ ଏଡିଆର ପକ୍ଷରୁ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ଏହି ରିପୋର୍ଟ ଅନୁସାରେ, ଓଡ଼ିଶାର ୧୪୫ ଜଣ ବିଧାୟକଙ୍କ ବିବରଣୀଙ୍କୁ ବିଶ୍ଲେଷଣ କରାଯାଇଛି। ସେମାନଙ୍କ ମଧ୍ୟରୁ ୬୪ ଜଣଙ୍କ ନାଁରେ ଅପରାଧିକ ମାମଲା ରହିଛି। ଅର୍ଥାତ୍ ରାଜ୍ୟର ୪୪% ବିଧାୟକଙ୍କ ନାଁରେ ଅପରାଧିକ ମାମଲା ରହିଛି। ସେମାନଙ୍କ ମଧ୍ୟରୁ ୪୬ ଜଣ ବିଧାୟକଙ୍କ ବିରୋଧରେ ଗମ୍ଭୀର ଅପରାଧିକ ମାମଲା ଅର୍ଥାତ୍ ୩୨% ଥିବା ଜଣାପଡିଛି |






More Stories
ନଷ୍ଟ ହେବନି ଡ୍ରେନ୍ ପାଣି,ହେବ ବ୍ୟବହାର …..
ବିଧାନସଭା ଜଗିବେ ପୋଲିସ ଫୋର୍ସ…..
ଖରା ଛୁଟିରେ ଖୋଲା ରହିବ ବିଦ୍ୟାଳୟ କାର୍ଯ୍ୟାଳୟ…..