ରିପୋର୍ଟ କାର୍ଡ / ଭୁବନେଶ୍ୱର
ୟୁନିଟ-୨ ମାର୍କେଟ ବିଲ୍ଡିଂକୁ ବନ୍ଦ କରି ଦିଆଯାଇଛି । ମାର୍କେଟ ବିଲ୍ଡିଂ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ । ଧାରଣାରେ ବସିବେ ୧୬୫ ବ୍ୟବସାୟୀ । ମାର୍କେଟ ବିଲ୍ଡିଂ ପରିସରରେ ଥିବା ସ୍ଥାୟୀ ଓ ଅସ୍ଥାୟୀ ବିବାଦର ସମାଧାନ ହୋଇପାରିନାହିଁ । ସମସ୍ୟାର ସମାଧାନ ଲାଗି ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ ପକ୍ଷରୁ ବିଏମସିକୁ ତିନି ଦିନ ସମୟ ଦିଆଯାଇଥିଲା ।ପ୍ରତିଶ୍ରୁତି ମୁତାବକ, ଉଠାଦୋକାନୀଙ୍କୁ ବିଏମସି ଉଠାଇ ପାରିନଥିବାରୁ ଆଜିଠୁ ମାର୍କେଟ ବିଲ୍ଡିଂ ବନ୍ଦ ରଖିଛି ବ୍ୟବସାୟୀ ସଂଘ । ସମସ୍ୟାର ସମାଧାନ ନହେବା ପର୍ଯ୍ୟନ୍ତ ମାର୍କେଟ ବନ୍ଦ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି ।






More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….