ରିପୋର୍ଟ କାର୍ଡ / ଭୁବନେଶ୍ୱର
ନିଜକୁ ଦିଲ୍ଲୀ ଓ ଭୁବନେଶ୍ୱର ଏମ୍ସର ଅଭିଜ୍ଞ ଡାକ୍ତର କହି ରୋଗୀଙ୍କୁ କରୁଥିଲେ ଚିକିତ୍ସା। ବିଭିନ୍ନ ସ୍ଥାନରେ କ୍ଲନିକ କରି ରୋଗୀଙ୍କୁ ଦେଖି ରୋଜଗାର କରୁଥିଲେ ମୋଟା ଅଙ୍କର ଟଙ୍କା। ସେ ଦେଇଥିବା ମେଡିସିନ୍ ଖାଇ ଜଣେ ରୋଗୀ ଗୁରୁତର ହୋଇପଡ଼ିଥିଲେ। ପରେ ତାଙ୍କର ଅଭିଯୋଗ ଆଧାରରେ ନକଲି ଡାକ୍ତର ଶୁଭ୍ରଜିତ ପଣ୍ଡାଙ୍କୁ ଗିରଫ କରିଛି ପୋଲିସ | ତାଙ୍କ ଘର ଢେଙ୍କାନାଳ ଜିଲ୍ଲା ସଣ୍ଡା ଗାଁରେ। ଅଭିଯୋଗ ଅନୁସାରେ, ନକଲି ଡାକ୍ତର ଶୁଭ୍ରଜିତ ନିଜକୁ ଜଣେ ଅଭିଜ୍ଞ ଡାକ୍ତର ଭାବେ ବୋର୍ଡ ମାରି ରୋଗୀଙ୍କୁ ଚିକିତ୍ସା କରୁଥିଲେ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଉସ୍ତ।ରେ ତାଙ୍କର ଏକ ଘରୋଇ କ୍ଲନିକ ଥିବାବେଳେ କଟକ ରାଣୀହାଟରେ ମଧ୍ୟ ତାଙ୍କର ଏକ ଘରୋଇ କ୍ଲନିକ ରହିଛି। ଶନିବାର ଦିନ ସେ ଡେଙ୍ଗାଉସ୍ତ।କୁ ରୋଗୀ ଦେଖିବାକୁ ଆସୁଥିବା ବେଳେ ଅନ୍ୟ ଦିନମାନଙ୍କରେ ରାଣୀହାଟରେ ଥିବା କ୍ଲିନିକରେ ରୋଗୀଙ୍କୁ ଦେଖୁଥିଲେ। ପ୍ରତି ରୋଗୀ ପିଛା ୩୦୦ ଟଙ୍କା ଫିସ୍ ନେଉଥିଲେ। ପ୍ରତିଦିନ ତାଙ୍କ ପାଖରେ ରୋଗୀଙ୍କର ଭିଡ଼ ଜମୁଥିଲା ବୋଲି ସୂଚନା ମିଳିଛି |






More Stories
ମାଟ୍ରିକ ପରୀକ୍ଷା ପାଇଁ ୩୭ଟି ସ୍ବତନ୍ତ୍ର ସ୍କ୍ବାଡ….
ଆଜି ସୂର୍ଯ୍ୟୋପରାଗ…..
୮ରେ ସୁଭଦ୍ରା କିସ୍ତି…..