ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କର ମୃତ୍ୟୁ ହୋଇଛି । ୭୯ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି | ଓମେନ ଚାଣ୍ଡିଙ୍କ ମୃତ୍ୟୁ ନେଇ ତାଙ୍କ ପୁଅ ସୋଶାଲ ମିଡିଆରେ ସୂଚନା ଦେଇଛନ୍ତି । ଅସୁସ୍ଥତା ହେତୁ ଓମେନ ଚାଣ୍ଡି ଦୀର୍ଘଦିନ ଧରି ଚିକିତ୍ସାଧିନ ଥିଲେ । ୨୦୧୯ ପରଠାରୁ ଅସୁସ୍ଥତା କାରଣରୁ ଓମେନ ଚାଣ୍ଡି ଚିକିତ୍ସିତ ହେଉଥିବା ବେଳେ ରବିବାର ତାଙ୍କୁ ବେଙ୍ଗାଲୁରୁକୁ ଏୟାରଲିଫ୍ଟ କରାଯାଇଥିଲା । ମାତ୍ର ସେଠାରେ ଡାକ୍ତରଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ବେଙ୍ଗାଲୁରୁରେ ତାଙ୍କର ପରଲୋକ ଘଟିଛି । ଓମେନ ଚାଣ୍ଡି କଂଗ୍ରେସର ଜଣେ ବରିଷ୍ଠ ନେତା ହୋଇଥିବା ବେଳେ କେରଳରେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଛନ୍ତି। । ସେ ୨୦୦୪ରୁ ୨୦୦୬ ମସିହା ପର୍ଯ୍ୟନ୍ତ ଓ ୨୦୧୧ରୁ ୨୦୧୬ ମସିହା ପର୍ଯ୍ୟନ୍ତ କେରଳ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ । ପ୍ରାୟ ୫ ଦଶନ୍ଧି ଧରି ରାଜନୀତିରେ ଚାଣ୍ଡିଙ୍କର ସକ୍ରିୟ ଭୂମିକା ଥିଲା ।






More Stories
ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ…..
ବଢ଼ିବ ଟୋଲ୍ ଟ୍ୟାକ୍ସ !…..
ରାଜପାଲ ଙ୍କୁ ମିଳିଲା ଜାମିନ…..