Report Card Odisha

| Daily Odia News

ସିବିଏସ୍‌ଇ ସ୍କୁଲରେ ଓଡ଼ିଆ ପଢିବେ ଛାତ୍ରଛାତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଏଣିକି CBSE ସ୍କୁଲରେ ଓଡ଼ିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପାଠପଢା ହେବ |  CBSE ଅନୁବନ୍ଧିତ ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସର୍କୁଲାର ଜାରି କରିଛି CBSE । ଆଜି ଯାଏଁ CBSE ସ୍କୁଲରେ କେବଳ ଇଂରାଜୀ ଓ ହିନ୍ଦୀରେ ପଢ଼ାଇବାର ବ୍ୟବସ୍ଥା ଥିଲା। ଏବେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପାଠ୍ୟକ୍ରମ ଏ ଦୁଇ ଭାଷା ସମେତ ଓଡ଼ିଆ ଏବଂ ଅନ୍ୟ ଆଞ୍ଚଳିକ ଭାଷାରେ ପଢାଯାଇପାରିବ । ଏହାଦ୍ୱାରା ଛାତ୍ରଛାତ୍ରୀ ଭଲ ଭାବେ ପାଠକୁ ବୁଝି ପାରିବେ । ଏନେଇ କୌଣସି ଛାତ୍ରଛାତ୍ରୀଙ୍କୁ ବାଧ୍ୟ କରାଯିବନି । ଯିଏ ଚାହିଁବ, ଆଞ୍ଚଳିକ ଭାଷାରେ ପାଠ ପଢ଼ି ପାରିବ। ସ୍କୁଲଗୁଡ଼ିକ ଧୀରେ ଧୀରେ ଏହି ବ୍ୟବସ୍ଥାକୁ ଆପଣେଇବେ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Breaking News