ରିପୋର୍ଟ କାର୍ଡ / ସମ୍ବଲପୁର
ଉପରମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ଜଳସ୍ତର ବୃଦ୍ଧି ହୋଇଛି | ଏହାକୁ ଦୃଷ୍ଟିରେ ରଖି ହୀରାକୁଦର ଆଉ ୪ଟି ଗେଟ ଖୋଲାଯାଇଛି | ଗତକାଲି ୩ଟି ଗେଟ ଖୋଲାଯାଇଥିବାବେଳେ ଆଜି ପୁଣି ଆଉ ୪ଟି ଗେଟ ଖୋଲାଯାଇଛି | ଏହାକୁ ମିଶାଇ ଏବେ ସମୁଦାୟ ୧୨ଟି ଗେଟ ଦେଇ ଜଳ ନିଷ୍କାସିତ ହେଉଛି | ରବିବାର ୫ଟି, ଗତକାଲି ୪ଟି ଓ ଆଜି ୩ଟି ଗେଟ ଖୋଲାଯାଇଛି | ଉଲ୍ଲେଖ ଯୋଗ୍ୟ -ରବିବାର ସକାଳେ ଜଳସ୍ତର ୬୧୫ ଫୁଟ୍ ଅତିକ୍ରମ କରିବା ପରେ ଗେଟ ଖୋଲାଯାଇଥିଲା । ରବିବାର ସକାଳ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ପାରଂପରିକ ରୀତିରେ ପୂଜାର୍ଚ୍ଚନା ପରେ ହୀରାକୁଦ ଜଳଭଣ୍ଡାର ପର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲାଯାଇଥିଲା।






More Stories
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..