ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାରେ ପହଞ୍ଚି ସାରିଛନ୍ତି | ଆଜିଠାରୁ ତିନିଦିନିଆ ଓଡିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି| ବାୟୁସେନାର ସ୍ବତନ୍ତ୍ର ବିମାନରେ ଆଜି ସଂଧ୍ୟା ୬ଟା ୮ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ପ୍ରମୁଖ ସ୍ବାଗତ ଜଣାଇଛନ୍ତି। ବିମାନବନ୍ଦରରେ ସ୍ବାଗତ ପରେ ରାଷ୍ଟ୍ରପତି ସ୍ବତନ୍ତ୍ର କାର୍କେଡ୍ରେ ରାଜଭବନକୁ ସିଧାସଳଖ ଯାଇଛନ୍ତି। ରାଷ୍ଟ୍ରପତି ରାଜଭବନ ପରିସରରେ ସନ୍ଧ୍ୟା ୭ଟାରେ ଅତୁଟ ବନ୍ଧନ ପରିବାର ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ। ଏହାପରେ ରାଜଭବନ ପରିସରରେ ନିର୍ମାଣ ହେବାକୁ ଥିବା ନୂଆ କୋଠାର ଶିଳାନ୍ୟାସ କରିବେ। ରାଜଭବନରେ ରାତ୍ରି ଜାପାନ କରିବେ ରାଷ୍ଟ୍ରପତି | ୨୬ତାରିଖ ସକାଳେ ରାଷ୍ଟ୍ରପତି କଟକ ଉଚ୍ଚ ନ୍ୟାୟାଳୟର ୭୫ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ଯୋଗଦେବେ। ସଂଧ୍ୟାରେ ପୁଣି ରାଜଭବନକୁ ଫେରିବେ। ଏହାପରେ ୨୭ତାରିଖରେ ଓଡ଼ିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ ପ୍ରତିନିଧିଙ୍କ ସହ ସାକ୍ଷାତ ଆଲୋଚନା କରିବେ। ଭୁବନେଶ୍ବରର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କରିବେ। ୨୭ତାରିଖ ସଂଧ୍ୟାରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।





More Stories
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..
୧୩ରେ ରାଜ୍ୟ କ୍ୟାବିନେଟ୍…..
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..