ରିପୋର୍ଟ କାର୍ଡ / ଝାରସୁଗୁଡା
ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଆଜି ଝାରସୁଗୁଡ଼ା ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ହାଜର ହୋଇଛି ଅଭିଯୁକ୍ତ ଗୋପାଳ ଦାସ। ଗତ ୧୩ ତାରିଖରେ ଗୋପାଳକୁ ଝାରସୁଗୁଡ଼ା ଜେଏମ୍ଏଫ୍ସି କୋର୍ଟରେ ହାଜର କରାଯାଇଥିଲା। ଏହାପରେ ମାମଲା ଉପର କୋର୍ଟକୁ ସ୍ଥାନାନ୍ତର ହୋଇଥିଲା। ଆଜି ଜିଲ୍ଲା ଜଜଙ୍କ କୋର୍ଟରେ ଗୋପାଳର ପ୍ରଥମ ହାଜର ହେବା ପରେ ମାମଲା ଏଡିଜେ କୋର୍ଟକୁ ସ୍ଥାନାନ୍ତର ହୋଇଥିଲା। ଗୋପାଳ ଓକିଲ ଦେବାକୁ ମନା କରିବାରୁ ଷ୍ଟେଟ ଡିଫେନ୍ସ ଓକିଲ ନରେଶ ନାୟକଙ୍କୁ ଗୋପାଳର ମାମଲା ପରିଚାଳନା ପାଇଁ ନିଯୁକ୍ତ କରାଯାଇଛି। ଆସନ୍ତା ୮ ତାରିଖରେ ଗୋପାଳର ପରବର୍ତ୍ତୀ ହାଜିରା ଥିବା ବେଳେ ସେହି ଦିନ ତା ବିରୋଧରେ ଚାର୍ଜ ଫ୍ରେମ ହେବ ବୋଲି ଓକିଲ ଶ୍ରୀ ନାୟକ ସୂଚନା ଦେଇଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୋପାଳକୁ ଚୌଦ୍ବାର ଜେଲରୁ ନେଇ ଝାରସୁଗୁଡ଼ାକୁ ଅଣାଯାଇଥିଲା। ଏଥିପାଇଁ ପୋଲିସ ପକ୍ଷରୁ ଆବଶ୍ୟକୀୟ ବ୍ୟବସ୍ଥା ମଧ୍ୟ କରାଯାଇଥିଲା।






More Stories
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..