Report Card Odisha

| Daily Odia News

୩୦ ଯାଏଁ ପ୍ରବଳ ବର୍ଷିବ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆଜିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଇଲାକାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି,ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୮ ତାରିଖରେ ନବରଙ୍ଗପୁର, ନୂଆପଡ଼ା, କେନ୍ଦୁଝର,ବରଗଡ଼ ଓ ମୟୂରଗଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୯ ତାରିଖରେ କଳାହାଣ୍ଡି,ବଲାଙ୍ଗିର, ଦେବଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩୦ ତାରିଖରେ ଝାରସୁଗୁଡ଼ା,ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର,ବଲାଙ୍ଗିର, ସୋନପୁର, ଅନୁଗୋଳ ଢ଼େଙ୍କାନାଳ ,କଟକ, କେନ୍ଦୁଘର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Breaking News