ରିପୋର୍ଟ କାର୍ଡ / ଭୁବନେଶ୍ବର
ଚଳିତ ବର୍ଷ ମହରମ୍ ପର୍ବ ପାଇଁ ଜୁଲାଇ ୨୯ ତାରିଖ ଶନିବାରକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ପୂର୍ବରୁ ଛୁଟି ତାଲିକାରେ ଜୁଲାଇ ୨୮ ତାରିଖରେ ମହରମ୍ ଛୁଟି ଥିବା ବେଳେ ଏହାକୁ ପରିବର୍ତ୍ତନ କରାଯାଇ ୨୯ ତାରିଖ ଛୁଟି ଘୋଷଣା କରାଯାଇଛି। ଗୁରୁବାର ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ଜୁଲାଇ ୨୮ ପରିବର୍ତ୍ତେ ୨୯ ତାରିଖରେ ମହରମ୍ ପାଇଁ ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ମାଜିଷ୍ଟ୍ରେଟ୍ କୋର୍ଟ, ବ୍ୟାଙ୍କ ଆଦି ଛୁଟି ରହିବ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..