ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ପୁଣି ହେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ନୂଆ ଟିମରେ ପୁଣି ସ୍ଥାନ ପାଇଲେ ବୈଜୟନ୍ତ। ସେ ତୃତୀୟ ଥର ଲାଗି ଦଳର ଏହି ଉଚ୍ଚ ପଦ ପାଇବାରେ ସକ୍ଷମ ହୋଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ୩୮ଜଣିଆ ଟିମରେ ଥିବା ନେତାଙ୍କ ନାମ ଘୋଷଣା କରିଛନ୍ତି। ବିଜେପି ପକ୍ଷରୁ ନୂତନ ଜାତୀୟ ଉପାଧ୍ୟକ୍ଷ ଏବଂ ସାଧାରଣ ସଂପାଦକଙ୍କ ନାମ ଘୋଷଣା କରାଯାଇଛି। ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବରେ ଓଡ଼ିଶାର ବୈଜୟନ୍ତ ପଣ୍ଡାଙ୍କ ବ୍ୟତୀତ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ, ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ରମଣ ସିଂ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଏବଂ ସୌଦାନ ସିଂ ପ୍ରମୁଖଙ୍କୁ ନିଯୁକ୍ତ କରାଯାଇଛି। ଏହା ବ୍ୟତୀତ କୈଳାସ ବିଜୟବର୍ଗୀୟ, ଅରୁଣ ସିଂ ଏବଂ ତରୁଣ ଚୁଗଙ୍କୁ ସାଧାରଣ ସଂପାଦକ ଭାବେ ନିଯୁକ୍ତି ଦିଆଯାଇଛି।






More Stories
୫ କଏଦୀ ଏଚଆଇଭି ପଜିଟିଭ ଚିହ୍ନଟ…..
ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ…..
ଓଡ଼ିଶା ଇଭି ପଲିସି ଅବଧି ବୃଦ୍ଧି…..