ରିପୋର୍ଟ କାର୍ଡ /ଭୁବନେଶ୍ୱର
ମକର: ରବିବାର ଓ ସୋମବାର କର୍ମତତ୍ପର ହେବେ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିବ। ଆୟ ବୃଦ୍ଧି ହେବ। ପ୍ରତିଯୋଗିତାରେ ବିଜୟୀ ହେବେ। ଶୁକ୍ରବାର ଓ ଶନିବାର ଅର୍ଥହାନି ଘଟିପାରେ। ଶାରୀରିକ ଅସୁବିଧା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀକାଳୀଙ୍କ ମନ୍ତ୍ର ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ। ଦୂରଯାତ୍ରା କରିପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟ ପରିସର ବୃଦ୍ଧି ହେବ। ଶତ୍ରୁ ଉପରେ ବିଜୟୀ ହେବେ। ଶୁକ୍ରବାର ଓ ଶନିବାର ନୂତନ ବ୍ୟବସାୟ ଆରମ୍ଭ କରିବେ। ପ୍ରଗତିଶୀଳ ହେବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶନିଙ୍କ କବଚ ପାଠ କରନ୍ତୁ।
ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଯାନବାହନ ଜନିତ ସମସ୍ୟା ଦେଖାଦେବ। ଶତ୍ରୁଠାରୁ ଦୂରେଇ ରହିବା ଭଲ। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ଶୁକ୍ରବାର ଓ ଶନିବାର ଆଘାତ ପ୍ରାପ୍ତ ହେବ। ଜଗିରଖି ଚଳିବେ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମନ୍ତ୍ର ଜପ କରନ୍ତୁ।






More Stories
ସତର୍କ ରହିବା ଭଲ…..
ସତର୍କତାର ସହ ଚଳିବାକୁ ପଡ଼ିବ…..
ଶୁଭ ଫଳ ମିଳିବ…..