ରିପୋର୍ଟ କାର୍ଡ / କଟକ
ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ଶେଷଥର ପାଇଁ ଗତ ୧୯୭୮ ମସିହାରେ ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାରଗୁଡ଼ିକର ହିସାବ କରାଯାଇଥିଲା। ଏଥିରେ ପାଖାପାଖି ଦେଢ଼ କ୍ଵିଣ୍ଟାଲ ସୁନା (୧୪୯କିଲୋ ୪୬୦ ଗ୍ରାମ ) ଓ ୧୮୪ କିଲୋ ରୂପା ରହିଛି ବୋଲି ସତ୍ୟପାଠରେ ଦର୍ଶାଯାଇଛି । ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ପକ୍ଷରୁ ଦାଖଲ ସତ୍ୟପାଠରେ ଦର୍ଶାଯାଇଛି ଯେ ରତ୍ନଭଣ୍ଡାରରେ ୩ଟି କକ୍ଷ ରହିଛି । ଭିତର ରତ୍ନଭଣ୍ଡାରରରେ ରହିଥିବା ଅଳଙ୍କାରଗୁଡ଼ିକ କେବେବି ବ୍ୟବହାର କରାଯାଏନାହିଁ । ବାହାର ରତ୍ନଭଣ୍ଡାରରେ ଥିବା ଅଳଙ୍କାରଗୁଡ଼ିକ ପର୍ବ ପର୍ବାଣୀରେ ବ୍ୟବହାର କରାଯାଇଥାଏ। ତେବେ ମହାପ୍ରଭୁଙ୍କ ଦୈନନ୍ଦିନ ବ୍ୟବହାର ପାଇଁ ଚଳନ୍ତି ଭଣ୍ଡାରର ଅଳଙ୍କାର ବ୍ୟବହାର ହୋଇଥାଏ ବୋଲି ସତ୍ୟପାଠରେ ଉଲ୍ଲେଖ ରହିଛି । ଭିତର ରତ୍ନଭଣ୍ଡାରରେ ୫୦ କେ ଜି ୬୦୦ ଗ୍ରାମ ସୁନା ଅଳଙ୍କାର ରହିଥିବା ବେଳେ ୧୩୪ କେଜି ୫୦ଗ୍ରାମର ରୂପା ଅଳଙ୍କାର ରହିଛି । ବାହାର ରତ୍ନଭଣ୍ଡାରରେ ୯୫ କେଜି ୩୨୦ଗ୍ରାମ ସୁନା ଏବଂ ୧୯ କେଜି ୪୮୦ଗ୍ରାମର ରୂପା ଅଳଙ୍କାର ରହିଥିବା ସତ୍ୟପାଠରେ ଦର୍ଶାଯାଇଛି । ସେହିପରି ମହାପ୍ରଭୁଙ୍କ ନିତିଦିନିଆ ବ୍ୟବହାର ପାଇଁ ଚଳନ୍ତି ଭଣ୍ଡାରରେ ୩ କେଜି ୪୮୦ଗ୍ରାମର ସୁନା ଏବଂ ୩୦ କେଜି ୩୫୦ ଗ୍ରାମର ରୂପା ଅଳଙ୍କାର ରହିଛି ବୋଲି ସତ୍ୟପାଠରେ ଦର୍ଶାଯାଇଛି।






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..