ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନିକୋବର ଦ୍ୱୀପରେ ଆଜି ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୫.୦ ରେକର୍ଡ କରାଯାଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଠାରୁ ମିଳିଥିବା ସୂଚନାନୁଯାୟୀ, ବୁଧବାର ଏହି ଭୂକମ୍ପ ଝଟକା ଅନୁଭବ ହୋଇଥିଲା। ଏହାର କେନ୍ଦ୍ରସ୍ଥଳ ଭୂମି ଠାରୁ ୧୦ କିମି ଗଭୀର ଥିଲା। ଏଥିରେ କୌଣସି ଧନଜୀବନ କ୍ଷୟକ୍ଷତି ହୋଇନାହିଁ ବୋଲି ସୂଚନା ମିଳିଛି। ସୂଚନା ଯୋଗ୍ୟ, ଗତ ଶୁକ୍ରବାର ଆଣ୍ଡାମାନ ଦ୍ୱୀପରେ ଭୂକମ୍ପ ଝଟକା ଅନୁଭବ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତିବ୍ରତା ୫.୮ ରେକର୍ଡ କରାଯାଇଥିଲା। ଏନସିଏସ ପକ୍ଷରୁ ମିଳିଥିବା ଖବର ଅନୁଯାୟୀ ବିଳମ୍ବିତ ରାତି ପ୍ରାୟ ୧୨ଟା୫୩ ମିନିଟ୍ରେ ଭୂକମ୍ପ ଅନୁଭବ ହୋଇଥିଲା। ଏହାର କେନ୍ଦ୍ରସ୍ଥଳ ଭୂମି ଠାରୁ ୬୯ କିଲୋମିଟର ଗଭୀର ଥିଲା।






More Stories
ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ…..
ବଢ଼ିବ ଟୋଲ୍ ଟ୍ୟାକ୍ସ !…..
ରାଜପାଲ ଙ୍କୁ ମିଳିଲା ଜାମିନ…..