ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟ ସରକାରଙ୍କ ପାଖରେ ସୁପାରିଶ କରିଛି ଶ୍ରୀମନ୍ଦିର ପରିଚାଳନା କମିଟି। ୨୦୨୪ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିଶ କରାଯାଇଛି। ଆଜି ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି| କହିଛନ୍ତି, ରତ୍ନଭଣ୍ଡାର ଖୋଲିବାର ତଦାରଖ ପାଇଁ ହାଇଲେବଲ ଟିମ୍ ଗଠନ ହେବ। ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଟିମ୍ ପାଇଁ ନିଷ୍ପତ୍ତି ହୋଇଛି। ସୁପ୍ରିମକୋର୍ଟ ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ଜଜ ଟିମ୍ର ମୁଖ୍ୟ ହେବେ। ଭିତର ରତ୍ନଭଣ୍ଡାର ଖୋଲିବା ପାଇଁ ଟିମ୍ ସମସ୍ତ ବ୍ୟବସ୍ଥା ତଦାରଖ କରିବ ବୋଲି ଜିଲ୍ଲାପାଳ କହିଛନ୍ତି।






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..