ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲୋକସଭା ସାଂସଦ ପଦ ଫେରିପାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧି। ଲୋକସଭା ସଚିବାଳୟ ପକ୍ଷରୁ ଏନେଇ ଜାରି କରାଯାଇଛି ବିଜ୍ଞପ୍ତି। ୨୦୧୯ ‘ମୋଦି ସରନେମ୍’ ମାନହାନୀ ମାମଲାରେ ସୁରଟର ଏକ କୋର୍ଟ ରାହୁଲ ଙ୍କୁ ଦେଇଥିବା ୨ ବର୍ଷର ଜେଲ ଦଣ୍ଡାଦେଶ ଉପରେ ସୁପ୍ରିମକୋର୍ଟ ଗତ ଶୁକ୍ରବାର ରୋକ ଲଗାଇଥିଲେ | ଏହା ପରେ ଆଜି ରାହୁଲ ସାଂସଦ ପଦ ଫେରିପାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଖବର ଆସିବା ପରେ ଦିଲ୍ଲୀ ସ୍ଥିତ କଂଗ୍ରେସ ମୁଖ୍ୟାଳୟ ଉତ୍ସବମୁଖର ହୋଇପଡ଼ିଛି। ସୋନିଆ ଗାନ୍ଧିଙ୍କ ବାସଭବନ ସମ୍ମୁଖରେ ମଧ୍ୟ ଦଳୀୟ ନେତା ଓ କର୍ମୀଙ୍କ ଭିଡ଼ ଜମିଛି।ଲୋକସଭା ସଚିବାଳୟ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିକୁ କଂଗ୍ରେସ ଟ୍ୱିଟ୍ କରି ଏହା ଘୃଣା ଉପରେ ପ୍ରେମର ବିଜୟ ବୋଲି ଲେଖିଛି।







More Stories
ନୀତୀଶ ହେବେ ଉପ-ପ୍ରଧାନମନ୍ତ୍ରୀ !…..
ଦିଲ୍ଲୀରେ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ…..
କିଭ୍ ଉପରେ ରୁଷ୍ର ଆକ୍ରମଣ; ୩୦ମୃତ…..