ରିପୋର୍ଟ କାର୍ଡ / ସୁନ୍ଦରଗଡ
ସୁନ୍ଦରଗଡର କେ. ବଲାଙ୍ଗ ଥାନା ଅନ୍ତର୍ଗତ ଚୁନାଘାଟିରେ ପୁଣି ଦୁର୍ଘଟଣା ଘଟିଛି। ଏକ ଲୁହା ବୋଝେଇ ଟ୍ରକ୍ ଘାଟିକୁ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଗାଡ଼ି ଡ୍ରାଇଭର ବୋଲି ଜଣାଯାଇଛି। ଗତକାଲି ବିଳମ୍ବିତ ରାତିରେ ଟ୍ରକ୍ଟି ଲୁହା ବୋଝେଇ କରି କୋଇଡ଼ାରୁ ଛତିଶଗଡ଼ ଅଭିମୁଖେ ଯାଉଥିଲା। ଏହି ସମୟରେ ଘାଟିରେ ଟ୍ରକ୍ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟିଥିବା ନେଇ ପୁଲିସକୁ ଖବର ଦେଇଥିଲେ। ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି କଟର ସାହାଯ୍ୟରେ କ୍ୟାବିନକୁ କାଟି ଡ୍ରାଇଭରଙ୍କ ମୃତଦେହ ବାହାର କରିଥିଲେ। ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଥିଲେ।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……