ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜିଠାରୁ ଆରମ୍ଭ ହେଉଛି ହର ଘର ତ୍ରିରଙ୍ଗା ୨.୦ କାର୍ଯ୍ୟକ୍ରମ । ୭୭ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଦେଶର ଦାୟିତ୍ୱବାନ ନାଗରିକ ଭାବରେ ନିଜ ଘରେ ବା ଅଫିସରେ ତ୍ରିରଙ୍ଗା ପତାକାକୁ ସମ୍ମାନ ଦେବାକୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରକାଶ ଯେ, ଗତବର୍ଷ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା। ସୂଚନା ଅନୁସାରେ, ଆଜିଠାରୁ ସ୍ୱାଧୀନତା ଦିବସ ପର୍ଯ୍ୟନ୍ତ ସାରା ଦେଶରେ ହର ଘର ତ୍ରିରଙ୍ଗା କ୍ୟାମ୍ପେନ ଜାରି ରହିବ। ନିଜ ଘର ସହିତ ଅଫିସ ଏବଂ କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପର୍ଯ୍ୟନ୍ତ ତ୍ରିରଙ୍ଗା ଉଡ଼ାଇବେ ପ୍ରତିଟି ଭାରତୀୟ । ଦେଶର ଲକ୍ଷେ ୬୦ ହଜାରରୁ ଅଧିକ ପୋଷ୍ଟ ଅଫିସରେ ୨୫ ଟଙ୍କାରେ ମିଳୁଛି ତ୍ରିରଙ୍ଗା । ପ୍ରକାଶ ଯେ, ସାମ୍ବାଧାନିକ ପଦରେ ଥିବା ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟଙ୍କ ଯାନରେ ତ୍ରିରଙ୍ଗା ଲଗାଇବାର ଅନୁମତି ରହିଛି |






More Stories
ଔଷଧ ଉପରେ ୧୦୦ ପ୍ରତିଶତ ଟାରିଫ୍ ଲଗାଇଲେ ଟ୍ରମ୍ପ…..
ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍…..
ବିମାନରେ ନିଆଁ….