Report Card Odisha

| Daily Odia News

୧୬ ଜିଲ୍ଲାରେ କାଳବୈଶାଖୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପ-ରେଖା ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି | ଉତ୍ତରପ୍ରଦେଶର ମୁଜାଫରପୁର, ମଧ୍ୟଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ବେଳେ ୧୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୫ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୨୦ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହଛିି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର ଓ ଢ଼େଙ୍କାନାଳ ପ୍ରଭୃତି ୪ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କଟକ ଓ ଭୁବନେଶ୍ୱରରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି। ରାଜ୍ୟରେ ଅଗଷ୍ଟ ୧୬ ଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

 

 

Breaking News