ରିପୋର୍ଟ କାର୍ଡ / ବାଲେଶ୍ୱର
ସାପ ବିଷ ରାକେଟର ପର୍ଦ୍ଦାଫାସ୍ କରିଛି ବନ ବିଭାଗ | ବାଲିଆପାଳ ପଞ୍ଚୁପଳିରେ ବନ ବିଭାଗ ଚଢ଼ାଉ କରି ଉଦ୍ଧାର ହୋଇଛି ୨୬ଟି ନାଗ ସାପ । ଏହି ମାମଲାରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ଓଡ଼ିଶାରୁ ରାଜ୍ୟ ବାହାରକୁ ଲମ୍ବିଥିବା ନେଇ ଆଶଙ୍କା ରହିଛି | ନାଗ ସାପଙ୍କଠାରୁ ବିଷ ବାହାର କରାଯାଇ ଏହାକୁ ବିଭିନ୍ନ ସ୍ଥାନକୁ ଚାଲାଣ କରାଯାଉଥିଲା। ଓଡ଼ିଶାର ବିଭିନ୍ନ ସ୍ଥାନରୁ ଏହି ସବୁ ସାପକୁ ସଂଗ୍ରହ କରାଯାଉଥିଲା | ତେବେ ଏଥିରେ ଆଉ କିଏ କିଏ ସାମିଲ ସେ ନେଇ ତଦନ୍ତ ଜାରିରହିଛି | ଏନେଇ ସ୍ନେକ ହେଲ୍ପ ଲାଇନ୍ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକ କହିଛନ୍ତି, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଗତକାଲି ରାତି ପ୍ରାୟ ୩ଟାରେ ଭୁବନେଶ୍ୱରରୁ ବାହାରିଲୁ। ଭୋର ପ୍ରାୟ ୫ଟା ପରେ ବାଲେଶ୍ୱରରେ ପହଞ୍ଚିଲୁ। ଏହାପରେ ବହୁ ରେଞ୍ଜ ଅଧିକାରୀଙ୍କ ସହ ପଞ୍ଚୁପଳିରେ ପହଞ୍ଚି ରେଡ କଲୁ। ଏହି ରେଡ ସମୟରେ ୨୬ଟି ନାଗ ସାପଙ୍କୁ ଚାଲାଣ ପୂର୍ବରୁ ଉଦ୍ଧାର କରାଯାଇଛି। ସାପ ଚାଲାଣ ପାଇଁ ବ୍ୟବହୃତ ହେଉଥିବା ପ୍ଲାଷ୍ଟିକ ପେଡ଼ିକୁ ସ୍ୱତନ୍ତ୍ର ଭାବେ ତିଆରି କରାଯାଇଛି। ଏଥିରୁ ଆହୁରି ବହୁ ଲୋକ ସାମିଲ ଥିବା ସନ୍ଦେହ କରାଯାଉଛି।
More Stories
ପାକିସ୍ତାନର ଏଜେଣ୍ଡା ଜମ୍ମୁକଶ୍ମୀରରେ ଲାଗୁ ହେବ ନାହିଁ,କଂଗ୍ରେସ ଓ ପାକିସ୍ତାନର ଏଜେଣ୍ଡା ସମାନ…..
ଦୁର୍ଗାପୂଜାରେ ଲେଜର ଲାଇଟ ଓ ଫାୟାର ଗନ ମନା….
ନିର୍ମାଣ ହେବ ୧୧ ଏମଏସଏମଇ ପାର୍କ…..