ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରଗଡ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ୍ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲ୍ଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ। ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ।






More Stories
ସରିଲା ମାଟ୍ରିକ ଖାତାଦେଖା…..
ଗ୍ୟାସ୍ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ…..
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..