ରିପୋର୍ଟ କାର୍ଡ / ଭୁବନେଶ୍ବର
ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ଜାରି ରହିଛି। ଆଜି ପୁରୀରେ ସର୍ବାଧିକ ୬୬.୨ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ଭୁବନେଶ୍ୱରରେ ୫୭.୬, ବାଲେଶ୍ୱର ୪୨.୬ ଏବଂ ଗୋପାଳପୁରରେ ୩୫.୮ ମିଲି ମିଟର ବର୍ଷା ରେକର୍ଡ କରାଯାଇଛି। ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆହୁରି ଦୁଇ ଦିନ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ରାଇରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, ବୌଦ୍ଧ, ନୟାଗଡ଼,ଖୋର୍ଦ୍ଧା, ଗଞ୍ଜାମ, ରାୟଗଡ଼ା ଓ ଗଜପତି ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଏହି ସବୁ ଜିଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଚାଷ ଜମିରୁ ଜନ ନିଷ୍କାସନ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଚାଷୀଙ୍କୁ ମରାମର୍ଶ ଦିଆଯାଇଛି।






More Stories
ଗ୍ୟାସ୍ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ…..
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..