ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ହେଲେ ପ୍ରଫେସର ସବିତା ପ୍ରଧାନ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଙ୍କୁ ନିଯୁକ୍ତ କରିଛନ୍ତି। କୁଳପତି ଭାବେ ସବିତା ପ୍ରଧାନଙ୍କୁ ୨ ବର୍ଷ ପାଇଁ ନିଯୁକ୍ତି ମିଳିଛି। ସବିତା ପ୍ରଧାନବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟରେ ଓଡିଆ ପ୍ରଫେସର ଅଛନ୍ତି।ଉଲ୍ଲେଖ ଯୋଗ୍ୟ- ଚଳିତବର୍ଷଠାରୁ ପୁରୀ ଜିଲ୍ଲା ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ଷମ ହୋଇଛି। ନାମଲେଖା ସହ ଶିକ୍ଷାଦାନ ଆରମ୍ଭ ହୋଇଛି। ତେବେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ବବିଦ୍ୟାଳୟର ଅଫିସ୍ ଓ ଶିକ୍ଷାଦାନ ଚାଲିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..