ରିପୋର୍ଟ କାର୍ଡ / ଭୁବନେଶ୍ୱର
ନିଶା ମାଫିଆଙ୍କ ଆଡ୍ଡା ଉପରେ ଚଢ଼ାଉ କରିବାକୁ ଯାଇ ଆକ୍ରମଣରେ ଶିକାର ହୋଇଛନ୍ତି ଧଉଳି ଥାନା SI ରମେଶ ଭୋଳ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଧଉଳି ଅଞ୍ଚଳରେ ଏକ ପରିତ୍ୟକ୍ତ ଘରେ କିଛି ଲୋକ ନିଶା କାରବାର ଚଲାଇଥିବା ଧଉଳି ଥାନା ପୋଲିସ କୌଣସି ସୁତ୍ରରୁ ଖବର ପାଇଥିଲା। ଗତକାଲି ରାତିରେ ଧଉଳି ଥାନା SI ରମେଶ ଭୋଳ ପୋଲିସ ଟିମ୍କୁ ନେଇ ପରିତ୍ୟକ୍ତ ଘରେ ଚଢ଼ାଉ କରିବାକୁ ପିସିଆର ଭ୍ୟାନ ନେଇ ପହଞ୍ଚିଥିଲେ। ଚଢ଼ାଉ ବେଳେ ନିଶା ମାଫିଆମାନେ ପୋଲିସ ଉପରେ ଆକ୍ରମଣ କରିଥିଲେ। ଏନେଇ ଧଉଳି ଥାନାରେ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ କରାଯାଉଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..