Report Card Odisha

| Daily Odia News

ଏସଟିଏ ଟୋକେନ୍ ସଂସ୍ଥାର ଅନ୍ତର୍ଜାତୀୟ ମୁଖ୍ୟଙ୍କ ବିରୋଧରେ ଲୁକ ଆଉଟ ସରକୁରାଲ ଜାରି…..

ରିପୋର୍ଟ କାର୍ଡ / ଭୁବନେଶ୍ବର

କ୍ରିପ୍ଟୋ ପୁଞ୍ଜି ନିବେଶ ନାଁରେ ହଜାର କୋଟିରୁ ଉର୍ଦ୍ଧ୍ବ ଠକେଇ ମାମଲାରେ ସଂସ୍ଥାର ଅନ୍ତର୍ଜାତୀୟ ମୁଖ୍ୟ ଡେଭିଡ ଗେଜଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ। ତାଙ୍କ ବିରୋଧରେ ଲୁକ ଆଉଟ ସରକୁରାଲ ଜାରି ହୋଇଛି। ଡେଭିଡ ବିରୋଧରେ ଲୁକ ଆଉଟ ସରକୁରାଲ ଜାରି କରିଛି ବ୍ୟୁରୋ ଅଫ ଇମିଗ୍ରେସନ। ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁ) ପୂର୍ବରୁ ଲୁକ ଆଉଟ ସରକୁରାଲ ଜାରି କରିବାକୁ ଅନୁରୋଧ କରିଥିଲା। ଏସଟିଏ ଟୋକେନ୍ ସଂସ୍ଥା କ୍ରିପ୍ଟୋ ପୁଞ୍ଜି ନିବେଶ ନାଁରେ ଲୋକଙ୍କୁ ଠକୁଥିଲା ବୋଲି ଜଣାପଡ଼ିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ସଂସ୍ଥା ମୁଖ୍ୟତଃ ୟୁରୋପର ଆଇସ୍ଲ୍ୟାଣ୍ଡରୁ ପରିଚାଳତ ହେଉଥିଲା, ଏହାର ମୁଖ୍ୟ ଡେଭିଡ୍ ଗେଜ୍ ବିଭିନ୍ନ ସମୟରେ ଭାରତକୁ ଆସି ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ବୁଲି ରାତାରାତି ଧନୀ ହେବାର ସ୍ବପ୍ନ ଦେଖାଇ ଲୋକଙ୍କୁ ସଦସ୍ୟ ହେବାକୁ ପ୍ରବର୍ତ୍ତାଉଥିଲେ। ତେଣୁ ମାମଲାର ବିଦେଶ ଲିଙ୍କ୍ ନେଇ ମଧ୍ୟ ତଦନ୍ତ ହେଉଛି। କେଉଁମାନେ ବିଦେଶରୁ ଆସିଥିଲେ, କେଉଁମାନଙ୍କୁ ସଂସ୍ଥା ବିଦେଶ ପଠାଇଛି, ସେମାନଙ୍କ ପାଇଁ କେତେ ଟଙ୍କା ଖର୍ଚ୍ଚ କରିଛି, ଅଭିଯୁକ୍ତ ଦୁଇଜଣ କେତେଥର ବିଦେଶ ଯାଇଥିଲେ ଓ କେଉଁ କେଉଁ ସ୍ଥାନକୁ; ଏହାର ମଧ୍ୟ ଖୋଳତାଡ଼ ହେଉଛି। ଉଭୟଙ୍କ ପାସ୍ପୋର୍ଟ ଯାଞ୍ଚ କରାଯାଇଛି। ଏହାସହିତ ଆର୍ଥିକ କାରବାର ତଥ୍ୟ ପାଇଁ ସଂପୃକ୍ତ ବ୍ୟାଙ୍କଗୁଡ଼ିକୁ ଚିଠି ଲେଖାଯାଇଛି। ଯେହେତୁ ନିରୋଦର ବ୍ୟାଙ୍କ ଆକାଉଣ୍ଟରେ ୩୦ କୋଟି ଟଙ୍କାର ବେଆଇନ୍ ଅର୍ଥ କାରବାର ହୋଇଥିବା ଜଣାପଡ଼ିଛି ଏବଂ ଗୋଟିଏ ଗୋଟିଏ ଦିନରେ ଲକ୍ଷ ଲକ୍ଷ ଟଙ୍କା ଜମା କରାଯାଉଥିବା ଜଣାପଡ଼ିଛି, ତେଣୁ ଅନ୍ୟମାନଙ୍କ ଆକାଉଣ୍ଟରେ ମଧ୍ୟ ଆହୁରି ଢ଼େର୍ ଅର୍ଥ କାରବାର ହୋଇଥିବ ବୋଲି ଅନୁମାନ କରା ଯାଉଛି।

Breaking News