ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆମ ବସ୍ଷ୍ଟାଣ୍ଡ ଯୋଜନା’ରେ ରାଜ୍ୟର ୧୩ଟି ଜିଲ୍ଲାରେ ୨୧ଟି ନୂଆ ବସ୍ଷ୍ଟାଣ୍ଡ ଲୋକାର୍ପଣ କରିଛନ୍ତି। ଏହାସହିତ ୨୬ଟି ଜିଲ୍ଲାରେ ୧୨୪ଟି ବ୍ଲକ୍ସ୍ତରୀୟ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତତ ରଖିଛନ୍ତି । ଏହାକୁ ପରିବହନ କ୍ଷେତ୍ରରେ ଏକ ନୂଆ ମାଇଲଷ୍ଟୋନ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସମସ୍ତ ବସ୍ଷ୍ଟାଣ୍ଡ ସଂପୂର୍ଣ୍ଣ ହେଲେ, ରାଜ୍ୟର ୨ କୋଟି ଲୋକ ଉପକୃତ ହେବେ। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଏ ସମସ୍ତ ବସ୍ଷ୍ଟାଣ୍ଡ ଅତ୍ୟନ୍ତ ଆଧୁନିକ ଓ ସ୍ମାର୍ଟ ବସ୍ଷ୍ଟାଣ୍ଡ। ଏଥିରେ ଯାତ୍ରୀ, ଡ୍ରାଇଭର ତଥା ସମସ୍ତ ସହକାରୀ କର୍ମଚାରୀଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ଉପବ୍ଧ ରହିଛି। ଏହାସହିତ ମୁଖ୍ୟମନ୍ତ୍ରୀ ମୋ ପରିବହନ ସେବା ଓ ମୋବାଇଲ ଆପ୍ର ଶୁଭାରମ୍ଭ କରି କହିଥିଲେ ଯେ ଏହାଦ୍ୱାରା ବିଭିନ୍ନ ପରିବହନ ସେବା ପାଇଁ ଆଉ ସରକାରୀ ଅଫିସକୁ ଯିବା ଆବଶ୍ୟକତା ରହିବ ନାହିଁ।






More Stories
ପୋଲିସ ସାମ୍ନାରେ ଯୁବକଙ୍କୁ ପିଟିପିଟି ମାରିଦେଲେ…..
ଆସୁଛି ବର୍ଷା……
ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ହତ୍ୟା…..