ରିପୋର୍ଟ କାର୍ଡ / ରାୟଗଡ଼ା
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ବନଖଣ୍ଡ ଅଧିକାରୀ ବିଜୟ କୁମାର ପରିଡ଼ାଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି । ରାୟଗଡ଼ା ଓ ଭୁବନେଶ୍ୱର ସମେତ ୪ଟି ଜିଲ୍ଲାର ୭ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ଚଢାଉ ଜାରିରହିଛି । ଏରାୟଗଡ଼ା ଠାରେ ଭିଜିଲାନ୍ସ ତରଫରୁ ୫ ଜଣିଆ ଟିମ୍ ଚଢାଉ କରୁଛନ୍ତି । ଭିଜିଲାନ୍ସ ଡିଏସପି ସନ୍ଧ୍ୟା ରାଣୀ ସାହୁଙ୍କ ନେତୃତ୍ୱରେ ଏହି ଚଢାଉ ଆଜି ଆରମ୍ଭ ହୋଇଛି । ଚଢ଼ାଉ ସମୟରେ ବୀମା ରସିଦ ଓ ବଣ୍ଡ ସମେତ ବ୍ୟାଙ୍କ ଡିପୋଜିଟ କାଗଜପତ୍ର ଠାବ କରିଥିଲେ ଭିଜିଲାନ୍ସ ଟିମ୍।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..