ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଭିଜିଲାନ୍ସ କୋର୍ଟରେ ହାଜର ପରେ ଜେଲ ଯିବେ ରାୟଗଡା DFO । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସ୍କାନରକୁ ଆସିଥିଲେ DFO ବିଜୟ ପରିଡା । ଅନେକ ସ୍ଥାବର ଅସ୍ଥାବର ସମ୍ପତ୍ତି ଜବତ କରିଥିଲା ଭିଜିଲାନ୍ସ । ଯାହା ଆକଳନ କରାଯାଉଛି ଜବତ ସମ୍ପତ୍ତିର ମୂଲ୍ୟ ୬ କୋଟି ଟପିପାରେ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସ୍ଵତନ୍ତ୍ର ଭିଜିଲାନ୍ସ ଟିମ୍ ରାୟଗଡ଼ା ବନଖଣ୍ଡ ଅଧିକାରୀ(ଡିଏଫଓ) ବିଜୟ କୁମାର ପରିଡ଼ାଙ୍କ ସରକାରୀ ବାସଭବନ ସମେତ ରାଜ୍ୟର ଅନ୍ୟ ସ୍ଥାନମାନଙ୍କରେ ମଧ୍ୟ ଚଢ଼ାଉ କରିଥିଲା। ଭିଜିଲାନ୍ସ ଡିଏସପି ସନ୍ଧ୍ୟା ରାଣୀ ସାହୁଙ୍କ ନେତୃତ୍ୱରେ ଭିଜିଲାନ୍ସ ତରଫରୁ ୫ ଜଣିଆ ଟିମ୍ ଚଢାଉ ଜାରି ରଖିିଥିଲେ ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..