ରିପୋର୍ଟ କାର୍ଡ /ନୂଆଦିଲ୍ଲୀ
ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ନିର୍ବାଚନ ଆୟୋଗ ଏବଂ ଇସିଆଇ ଅଧିକାରୀ। ଆଗୁଆ ନିର୍ବାଚନ ଚର୍ଚ୍ଚା ଭିତରେ ଏଭଳି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। ଜିଲ୍ଲାର ଜିଲ୍ଲାପାଳଙ୍କ ସହ ନିର୍ବାଚନ ସମ୍ବନ୍ଧୀୟ ଆଲୋଚନା କରିବେ। ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପ୍ରସ୍ତୁତି କରାଯାଉଛି। ରାଜ୍ୟରେ ସାଧାରଣ ନିର୍ବାଚନ ପାଇଁ ଆବଶ୍ୟକ ଅନୁସାରେ ଇଭିଏମ୍ ପହଞ୍ଚି ସାରିଛି। ୯ଟି ଜିଲ୍ଲା ପାଇଁ ଭିଭିପାଟ ବି ପହଞ୍ଚି ସାରିଛି। ଆସନ୍ତା ଅକ୍ଟୋବର ମାସରେ ସମସ୍ତ ଇଭିଏମ୍ ଓ ଭିଭିପାଟ ଯାଞ୍ଚ ହେବ। ଭୋଟର ତାଲିକା ସଂଶୋଧନ ପାଇଁ ମଧ୍ୟ ପ୍ରକ୍ରିୟା ଆରମ୍ଭ କରାଯାଉଛି। ନିର୍ବାଚନ ନେଇ ଏହା ଏକ ପ୍ରକ୍ରିୟା। ଆଗୁଆ ନିର୍ବାଚନ ନେଇ ଏହାର କୌଣସି ସମ୍ପର୍କ ନାହିଁ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ ସ୍ପଷ୍ଟ ଭାବେ କହିଛନ୍ତି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..