Report Card Odisha

| Daily Odia News

ଆଜି ଆନ୍ତଃ-ମନ୍ତ୍ରିସ୍ତରୀୟ ବୈଠକ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ସନ୍ଧ୍ୟା ୬ଟାରେ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହେବ। ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ | ବୈଠକରେ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଆଇନ, ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା ଓ ଶିଳ୍ପ, ଶକ୍ତି ଓ ଏମଏସଏମଇ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଯୋଗଦେବେ। ଏହି ଅବସରରେ ଉନ୍ନୟନ ଆୟୁକ୍ତ ତଥା ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ଅନୁ ଗର୍ଗଙ୍କ ସହିତ ୧୭ଟି ବିଭାଗର ସଚିବ ଉପସ୍ଥିତ ରହିବେ। ଏସଂକ୍ରାନ୍ତରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଅତିରିକ୍ତ ଶାସନ ସଚିବ ଗଣେଶ ଚନ୍ଦ୍ର ପାତ୍ର ସମସ୍ତ ମନ୍ତ୍ରୀ ଓ ସଚିବଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି। ଶ୍ରୀ ପାତ୍ର ଜଙ୍ଗଲ ଓ ପରିବେଶ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ଅର୍ଥ, ପଞ୍ଚାୟତିରାଜ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, କୃଷି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ମତ୍ସ୍ୟ ଓ ପଶୁସମ୍ପଦ, ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ, ଉଚ୍ଚଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା, ମହିଳା ଓ ଶିଶୁ କଲ୍ୟାଣ, ସ୍ବାସ୍ଥ୍ୟ ଏବଂ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ସଚିବଙ୍କୁ ପତ୍ର ଲେଖି ଉପସ୍ଥିତ ରହିବାକୁ ଦର୍ଶାଇଛନ୍ତି। ସୂଚନାଯୋଗ୍ୟ ଯେ, ଆସନ୍ତା ୨୨ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ସରକାରଙ୍କ ପକ୍ଷରୁ ଅତିରିକ୍ତ ବଜେଟ ଉପସ୍ଥାପନ କରାଯିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସଂପୃକ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ପ୍ରସ୍ତାବ ଓ ନୂତନ ଯୋଜନାର ରୂପରେଖ ସଂକ୍ରାନ୍ତରେ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିରେ ବିସ୍ତୃତ ଆଲୋଚନା କରାଯିବ।

Breaking News