ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ରାଜ୍ୟ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଛିା ଏହା ପ୍ରଭାବରେ ରାଜ୍ୟରେ ଏକାଧିକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ପାଣିବିଜ୍ଞାନୀ ଉମାଶଙ୍କର ଦାଶଙ୍କ ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ର ପ୍ରବାହ ଦକ୍ଷିଣ ଓଡ଼ିଶାରେ ବେଶୀ ପଡ଼ିବ। ଏହା ପ୍ରଭାବରେ ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର ଓ କନ୍ଧମାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..