ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ପଣ୍ୟାଗାର ନିଗମ ଅଧ୍ୟକ୍ଷ ତଥା ବିଜେଡି ନେତା ମହେନ୍ଦ୍ର କୁମାର ବଢ଼େଇଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ସେ ଓଡ଼ିଶା ପ୍ରଶାସନିକ ସେବାର ଅଧିକାରୀ ଭାବେ କାର୍ୟ୍ୟ ଛାଡି ବିଜେଡି ଦଳରେ ସାମିଲ ହୋଇଥିଲେ। ଦୁଇ ଦିନ ତଳେ ହୃଦଘାତରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଆଜି ଚିକିତ୍ସାଧୀନ ଅବସ୍ଥାରେ ୫୨ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ସୂଚନା ଅନୁସାରେ-ପ୍ରଶାସନିକ ଅଧିକାରୀ ଭାବେ ଶେଷଥର ପାଇଁ ନୂଆପଡ଼ା ଜିଲ୍ଲାର ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଥିଲେ।






More Stories
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
୨୭ରୁ ପୁଣି ବଡ଼ ବର୍ଷା…..
ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ……