Report Card Odisha

| Daily Odia News

ଆଉ ଏକ ଘୂର୍ଣ୍ଣିବଳୟ, ପ୍ରବଳ ବର୍ଷୀବ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୯ ଓ ୧୦ ତାରିଖରେ ରାଜ୍ୟରେ ପାଗ ଶୁଖିଲା ରହିବ। ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। ୧୧ ତାରିଖରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୨ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ, ଆସନ୍ତା ୧୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Breaking News