ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମରକ୍କୋରେ ଭୂକମ୍ପର ତାଣ୍ଡବରେ ମୃତ୍ୟୁ ସଂଖ୍ୟା ବଢି ବାରେ ଲାଗିଛି । ଭୂକମ୍ପକୁ ୫୮ ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଭଗ୍ନାଂଶ ତଳୁ ଆହତ ଲୋକଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୨୮୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି ବୋଲି ସୂଚନା ମିଳିଛି। ସରକାରଙ୍କ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ମଙ୍ଗଳବାର ସୁଦ୍ଧା ପ୍ରାୟ ୨୮୬୨ ଲୋକଙ୍କ ମୃତ୍ୟୁ ହୋଇ ସାରିଥିବା ବେଳେ ୨୫୬୨ ଲୋକେ ଆହତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୂଚନା ଯୋଗ୍ୟ, ଆଫ୍ରିକୀୟ ଦେଶ ମରକ୍କୋରେ ଗତ ଶୁକ୍ରବାର ବିଳମ୍ବିତ ରାତିରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ରେକର୍ଡ କରାଯାଇଥିବା ୬.୮ ତ୍ରିବତାର ଭୂକମ୍ପରେ ଅନେକ ଧନଜୀବନ କ୍ଷୟକ୍ଷତି ଘଟିଛି। ଭୂକମ୍ପରେ ବଡ଼ ବଡ଼ କୋଠା ଥରିବା ସହ ତାସର ଘର ପରି ଭୁଶୁଡ଼ି ପଡିଥିଲା। ଲୋକେ ଭୟରେ ଘରୁ ବାହାରି ରାସ୍ତା ଉପରକୁ ପଳାଇ ଆସିଥିଲେ।






More Stories
ମୋତେ ଚୁପ୍ କରିବା ପାଇଁ ହେଲେ ହତ୍ୟା କରିବାକୁ ପଡ଼ିବ…..
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ମମତାଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି…..